ବୌଦ୍ଧରେ ଜିଲ୍ଲାପାଳ ଓ ଏସ୍.ପି.ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ: ୨୧ଟି ମାମଲାର ତୁରନ୍ତ ସମାଧାନ, ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୭୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ୨୧ଟିର ତୁରନ୍ତ ସମାଧାନ କରାଯାଇଛି ଏବଂ ରେଡ୍ କ୍ରସ ପାଣ୍ଠିରୁ ଅସହାୟଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହାସହ ଆଗାମୀ ସମ୍ଭାବ୍ୟ ବାତ୍ୟା 'ମୁରାସୁ'କୁ ଦୃଷ୍ଟିରେ ରଖି ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

Nov 02, 2026 - 20:11
Updated: 5 hours ago
0 28
ବୌଦ୍ଧରେ ଜିଲ୍ଲାପାଳ ଓ ଏସ୍.ପି.ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ: ୨୧ଟି ମାମଲାର ତୁରନ୍ତ ସମାଧାନ, ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ବୌଦ୍ଧ, ୦୨ ନଭେମ୍ବର: କୁନା ବେହେରା (କଳିଙ୍ଗ ଦର୍ପଣ)

ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଆଜି ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ (ଏସ୍.ପି.) କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ତ୍ୱରିତ ସମାଧାନ ଦିଗରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

୭୮ଟି ଅଭିଯୋଗ ଗ୍ରହଣ ଓ ୨୧ଟିର ସମାଧାନ:

ଆଜିର ଏହି ଶିବିରରେ ମୋଟ ୭୮ଟି ଅଭିଯୋଗ (୬୪ଟି ବ୍ୟକ୍ତିଗତ ଓ ୧୪ଟି ଗୋଷ୍ଠୀଗତ) ଦାଖଲ ହୋଇଥିଲା। ସେଥିମଧ୍ୟରୁ ୨୧ଟି ଅଭିଯୋଗର ଜିଲ୍ଲାପାଳ ତତକ୍ଷଣାତ୍ ସମାଧାନ କରିଥିଲେ। ଅବଶିଷ୍ଟ ଅଭିଯୋଗଗୁଡ଼ିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବାକୁ ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ୫ ଜଣ ଅସହାୟ ବ୍ୟକ୍ତିଙ୍କୁ ଜିଲ୍ଲା ରେଡ୍ କ୍ରସ ପାଣ୍ଠିରୁ ୨୬,୦୦୦ ଟଙ୍କାର ତତ୍କାଳ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଏହାଛଡ଼ା ବରିଷ୍ଠ ନାଗରିକମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା।

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ ପାଇଁ ପ୍ରଶାସନର ପ୍ରସ୍ତୁତି:

ଶିବିର ଶେଷରେ ଆଗାମୀ ସମ୍ଭାବ୍ୟ ବାତ୍ୟା "ମୁରାସୁ"କୁ ନେଇ ଜିଲ୍ଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ବାତ୍ୟା ମୁକାବିଲା ପାଇଁ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ଲାଇନ୍ ବିଭାଗର କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ସି.ଡି.ଏମ୍.ଓ. ଡଃ ମହେନ୍ଦ୍ର କୁମାର ସାହୁଙ୍କ ସମେତ ବିଭିନ୍ନ ବିଭାଗର ବ୍ଲକ ସ୍ତରୀୟ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0
Rohit Kumar Nial

State Secretary of KWMI

Comments (0)

User